ପ୍ରଥମ ଶାମୁୟେଲ 16

ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”

1 Samuel 16:1 (UKJV) And the LORD said unto Samuel, How long will you mourn for Saul, seeing I have rejected him from reigning over Israel? fill yours horn with oil, and go, I will send you to Jesse the Bethlehemite: for I have provided me a king among his sons.

1ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”

2ତହିଁରେ ଶାମୁୟେଲ କହିଲେ, “ମୁଁ କିପରି ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ଆଉ ସଦାପ୍ରଭୁ କହିଲେ, “ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।’

3ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.