ପ୍ରଥମ ଶାମୁୟେଲ 16

ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”

1 Samuel 16:10 (UKJV) Again, Jesse made seven of his sons to pass before Samuel. And Samuel said unto Jesse, The LORD has not chosen these.

8ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।”

9ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।”

10ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”

11ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”

12ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.