11ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”
12ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”
13ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
14ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।
15ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।