ପ୍ରଥମ ଶାମୁୟେଲ 16

ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।

1 Samuel 16:15 (UKJV) And Saul's servants said unto him, Behold now, an evil spirit from God troubles you.

13ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।

14ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ; ପୁଣି, ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା।

15ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।

16ଏଣୁ ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ କରିବା ପାଇଁ ଆମ୍ଭମାନଙ୍କ ପ୍ରଭୁ ଆପଣା ସମ୍ମୁଖସ୍ଥ ଦାସମାନଙ୍କୁ ଆଜ୍ଞା କରନ୍ତୁ; ତହିଁରେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଆପଣଙ୍କ ଉପରେ ଥିବା ବେଳେ, ସେ ଲୋକ ଆପଣା ହାତରେ ବଜାଇଲେ ଆପଣ ଭଲ ହୋଇଯିବେ।”

17ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.