ପ୍ରଥମ ଶାମୁୟେଲ 16

ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”

1 Samuel 16:19 (UKJV) Wherefore Saul sent messengers unto Jesse, and said, Send me David your son, which is with the sheep.

17ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ।”

18ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”

19ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”

20ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।

21ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.