ପ୍ରଥମ ଶାମୁୟେଲ 16

ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।

1 Samuel 16:21 (UKJV) And David came to Saul, and stood before him: and he loved him greatly; and he became his armour bearer.

19ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”

20ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।

21ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।

22ଏଉତ୍ତାରେ ଶାଉଲ ଯିଶୀକୁ କହି ପଠାଇଲେ, ବିନୟ କରୁଅଛି, “ଦାଉଦଙ୍କୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।”

23ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.