ପ୍ରଥମ ଶାମୁୟେଲ 16

ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”

1 Samuel 16:4 (UKJV) And Samuel did that which the LORD spoke, and came to Bethlehem. And the elders of the town trembled at his coming, and said, Come you peaceably?

2ତହିଁରେ ଶାମୁୟେଲ କହିଲେ, “ମୁଁ କିପରି ଯାଇ ପାରିବି? ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।” ଆଉ ସଦାପ୍ରଭୁ କହିଲେ, “ତୁମ୍ଭେ ଗୋଟିଏ ଛଡ଼ା ସଙ୍ଗରେ ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛୁ।’

3ପୁଣି, ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।”

4ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”

5ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।

6ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍‍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.