5ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
6ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।”
7ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
8ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।”
9ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।”