ପ୍ରଥମ ଶାମୁୟେଲ 17

ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

1 Samuel 17:1 (UKJV) Now the Philistines gathered together their armies to battle, and were gathered together at Shochoh, which belongs to Judah, and pitched between Shochoh and Azekah, in Ephesdammim.

1ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

2ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।

3ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.