ପ୍ରଥମ ଶାମୁୟେଲ 17

କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।

1 Samuel 17:14 (UKJV) And David was the youngest: and the three eldest followed Saul.

12ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।

13ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।

14କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।

15ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।

16ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.