13ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।
14କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।
15ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।
16ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।
17ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।