ପ୍ରଥମ ଶାମୁୟେଲ 17

ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।

1 Samuel 17:16 (UKJV) And the Philistine drew near morning and evening, and presented himself forty days.

14କେବଳ ବଡ଼ ତିନି ଜଣ ଶାଉଲଙ୍କର ଅନୁଗାମୀ ହୋଇଥିଲେ।

15ମାତ୍ର ଦାଉଦ ଆପଣା ପିତାର ମେଷପଲ ଚରାଇବା ନିମନ୍ତେ ଶାଉଲଙ୍କ ନିକଟରୁ ବେଥଲିହିମକୁ ଯାʼଆସ କରୁଥାଆନ୍ତି।

16ପୁଣି, ସେହି ପଲେଷ୍ଟୀୟ ଲୋକ ଚାଳିଶ ଦିନ ପର୍ଯ୍ୟନ୍ତ ପ୍ରାତଃକାଳରେ ଓ ସନ୍ଧ୍ୟାକାଳରେ ନିକଟକୁ ଆସି ଆପଣାକୁ ଦେଖାଉଥାଏ।

17ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।

18ପୁଣି, ଏହି ଦଶ ଖଣ୍ଡ ଛେନାଚକ୍ତି ସେମାନଙ୍କର ସହସ୍ରପତି ନିକଟକୁ ଘେନିଯାଅ ଓ ତୁମ୍ଭ ଭାଇମାନଙ୍କର କୁଶଳବାର୍ତ୍ତା ପଚାରି ସେମାନଙ୍କର କୌଣସି ଚିହ୍ନ ଆଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.