ପ୍ରଥମ ଶାମୁୟେଲ 17

ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।

1 Samuel 17:2 (UKJV) And Saul and the men of Israel were gathered together, and pitched by the valley of Elah, and set the battle in array against the Philistines.

1ଏଥିଉତ୍ତାରେ ପଲେଷ୍ଟୀୟମାନେ ଯୁଦ୍ଧ କରିବାକୁ ଆପଣାମାନଙ୍କ ସୈନ୍ୟସାମନ୍ତ ସଂଗ୍ରହ କଲେ, ଆଉ ସେମାନେ ଯିହୁଦାର ଅଧିକାରସ୍ଥ ସୋଖୋରେ ସଂଗୃହୀତ ହୋଇ ସୋଖୋ ଓ ଅସେକା ମଧ୍ୟରେ ଏଫସ୍‍-ଦମ୍ମୀମରେ ଛାଉଣି ସ୍ଥାପନ କଲେ।

2ପୁଣି, ଶାଉଲ ଓ ଇସ୍ରାଏଲ ଲୋକମାନେ ସଂଗୃହୀତ ହୋଇ ଏଲା ତଳଭୂମିରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲେ।

3ତହିଁରେ ପଲେଷ୍ଟୀୟମାନେ ପର୍ବତର ଏକ ଦିଗରେ ଓ ଇସ୍ରାଏଲୀୟମାନେ ପର୍ବତର ଅନ୍ୟ ଦିଗରେ ଠିଆ ହେଲେ; ପୁଣି, ଉଭୟଙ୍କ ମଧ୍ୟରେ ଉପତ୍ୟକା ଥିଲା।

4ଏଥିରେ ଗାଥ୍‍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.