20ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।
21ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।
22ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।
23ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।
24ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।