ପ୍ରଥମ ଶାମୁୟେଲ 17

ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।

1 Samuel 17:23 (UKJV) And as he talked with them, behold, there came up the champion, the Philistine of Gath, Goliath by name, out of the armies of the Philistines, and spoke according to the same words: and David heard them.

21ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।

22ପୁଣି, ଦାଉଦ ସାମଗ୍ରୀରକ୍ଷକ ହସ୍ତରେ ଆପଣା ସାମଗ୍ରୀ ରଖି ସୈନ୍ୟଶ୍ରେଣୀ ମଧ୍ୟକୁ ଦୌଡ଼ିଆସି ଆପଣା ଭାଇମାନଙ୍କୁ କୁଶଳବାର୍ତ୍ତା ପଚାରିଲା।

23ସେ ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ସମୟରେ, ଦେଖ, ଗାଥ୍‍ ନିବାସୀ ପଲେଷ୍ଟୀୟ ଗଲୀୟାତ ନାମକ ମଲ୍ଲଯୋଦ୍ଧା ପଲେଷ୍ଟୀୟ ସୈନ୍ୟଶ୍ରେଣୀ ମଧ୍ୟରୁ ଉଠି ଆସି ପୂର୍ବ ପରି କଥା କହିଲା; ପୁଣି, ଦାଉଦ ତାହା ଶୁଣିଲେ।

24ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।

25ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.