24ମାତ୍ର ଇସ୍ରାଏଲ ଲୋକ ସମସ୍ତେ ସେହି ପୁରୁଷକୁ ଦେଖି ତାହା ସମ୍ମୁଖରୁ ପଳାଇଲେ ଓ ଅତିଶୟ ଭୀତ ହେଲେ।
25ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”
26ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”
27ତହିଁରେ ଲୋକମାନେ ପୂର୍ବ ପରି ଉତ୍ତର ଦେଇ କହିଲେ, ଯେ ତାହାକୁ ବଧ କରିବ, ତାହା ପ୍ରତି ଉପରୋକ୍ତ ପ୍ରକାରେ କରାଯିବ।
28ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍ ଶୁଣିଲା; ତହିଁରେ ଇଲୀୟାବ୍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”