ପ୍ରଥମ ଶାମୁୟେଲ 17

ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।

1 Samuel 17:30 (UKJV) And he turned from him toward another, and spoke after the same manner: and the people answered him again after the former manner.

28ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”

29ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”

30ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।

31ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।

32ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.