29ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”
30ପୁଣି, ସେ ତାହା ପାଖରୁ ଫେରି ଅନ୍ୟ ଲୋକ ଆଡ଼କୁ ଗଲେ ଓ ପୂର୍ବ ପରି କହିଲେ; ତହିଁରେ ଲୋକମାନେ ପୁନର୍ବାର ପୂର୍ବ ପରି ଉତ୍ତର ଦେଲେ।
31ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
32ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
33ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”