31ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।
32ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”
33ତହିଁରେ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ସେହି ପଲେଷ୍ଟୀୟ ବିରୁଦ୍ଧରେ ଯାଇ ତାହା ସଙ୍ଗେ ଯୁଦ୍ଧ କରି ପାରିବ ନାହିଁ; କାରଣ ତୁମ୍ଭେ ତ ଯୁବା, ମାତ୍ର ସେ ଯୌବନାବଧି ଯୋଦ୍ଧା।”
34ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
35ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।