ପ୍ରଥମ ଶାମୁୟେଲ 17

ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।

1 Samuel 17:38 (UKJV) And Saul armed David with his armour, and he put an helmet of brass upon his head; also he armed him with a coat of armour formed by chains.

36ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”

37ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”

38ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।

39ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।

40ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.