ପ୍ରଥମ ଶାମୁୟେଲ 17

ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।

1 Samuel 17:42 (UKJV) And when the Philistine looked about, and saw David, he disdained him: for he was but a youth, and rosy, and of a fair countenance.

40ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।

41ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।

42ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।

43ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।

44ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.