41ଏଥିରେ ପଲେଷ୍ଟୀୟ ଅଗ୍ରସର ହୋଇ ଦାଉଦଙ୍କର ସନ୍ନିକଟ ହେଲା ଓ ତାହାର ଢାଲବାହକ ତାହାର ଆଗେ ଆଗେ ଚାଲିଲା।
42ତହୁଁ ପଲେଷ୍ଟୀୟ ଚାରିଆଡ଼କୁ ଅନାଇ ଦାଉଦଙ୍କୁ ଦେଖି ତୁଚ୍ଛଜ୍ଞାନ କଲା, କାରଣ ସେ ଯୁବା ଓ ଈଷତ୍ ରକ୍ତବର୍ଣ୍ଣ ଓ ସୁନ୍ଦର-ବଦନ ଥିଲେ।
43ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
44ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
45ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।