43ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।
44ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”
45ତେବେ ଦାଉଦ ପଲେଷ୍ଟୀୟକୁ କହିଲେ, “ତୁମ୍ଭେ ଖଡ୍ଗ ଘେନି, ବର୍ଚ୍ଛା ଘେନି ଓ ଶଲ୍ୟ ଘେନି ମୋʼ କତିକି ଆସିଅଛ; ମାତ୍ର ତୁମ୍ଭେ ଯାହାଙ୍କୁ ତୁଚ୍ଛ କରିଅଛ, ସେହି ଇସ୍ରାଏଲ ସୈନ୍ୟଶ୍ରେଣୀର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ତୁମ୍ଭ ନିକଟକୁ ମୁଁ ଆସୁଅଛି।
46ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।
47ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”