50ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।
51ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।
52ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍ ପଥରେ ଗାଥ୍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।
53ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
54ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।