ପ୍ରଥମ ଶାମୁୟେଲ 17

ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।

1 Samuel 17:53 (UKJV) And the children of Israel returned from chasing after the Philistines, and they spoiled their tents.

51ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।

52ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।

53ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।

54ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।

55ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.