53ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇବାରୁ ନେଉଟି ଆସି ସେମାନଙ୍କ ଛାଉଣି ଲୁଟ କଲେ।
54ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।
55ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ; “ଅବ୍ନର, ଏ ଯୁବା କାହାର ପୁଅ?” ଅବ୍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”
56ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”
57ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।