ପ୍ରଥମ ଶାମୁୟେଲ 17

ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”

1 Samuel 17:56 (UKJV) And the king said, Enquire you whose son the teenager is.

54ପୁଣି, ଦାଉଦ ସେହି ପଲେଷ୍ଟୀୟର ମସ୍ତକ ନେଇ ଯିରୂଶାଲମକୁ ଆଣିଲେ; ମାତ୍ର ତାହାର ସଜ୍ଜା ଆପଣା ତମ୍ବୁରେ ରଖିଲେ।

55ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”

56ତହିଁରେ ରାଜା କହିଲେ, “ପଚାର, ଏ ଭେଣ୍ଡିଆଟି କାହାର ପୁଅ?”

57ଆଉ ଦାଉଦ ପଲେଷ୍ଟୀୟକୁ ବଧ କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍‍ନର ତାଙ୍କୁ ନେଇ ଶାଉଲଙ୍କ ସମ୍ମୁଖକୁ ଆଣିଲା।

58ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.