4ଏଥିରେ ଗାଥ୍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।
5ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।
6ତାହାର ପାଦ ପିତ୍ତଳ-ପତ୍ରରେ ଆବୃତ ଓ ତାହାର କାନ୍ଧରେ ପିତ୍ତଳର ଶଲ୍ୟ ଥିଲା।
7ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।
8ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।