9ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
10ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।
11ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।
12ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।
13ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।