ପ୍ରଥମ ଶାମୁୟେଲ 18

ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।

1 Samuel 18:12 (UKJV) And Saul was afraid of David, because the LORD was with him, and was departed from Saul.

10ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।

11ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।

12ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।

13ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।

14ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.