ପ୍ରଥମ ଶାମୁୟେଲ 18

ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”

1 Samuel 18:17 (UKJV) And Saul said to David, Behold my elder daughter Merab, her will I give you to wife: only be you valiant for me, and fight the LORD's battles. For Saul said, Let not mine hand be upon him, but let the hand of the Philistines be upon him.

15ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।

16ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।

17ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”

18ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?”

19ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.