19ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।
20ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।
21ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”
22ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”
23ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”