25ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।
26ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।
27ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
28ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।
29ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।