27ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
28ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।
29ଏହେତୁ ଶାଉଲ ଦାଉଦଙ୍କର ବିଷୟରେ ଅଧିକ ଭୀତ ହେଲେ; ଆଉ ଶାଉଲ ସର୍ବଦା ଦାଉଦଙ୍କର ଶତ୍ରୁ ହେଲେ।
30ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।