3ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।
4ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।
5ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।
6ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।
7ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”