6ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।
7ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”
8ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”
9ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
10ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।