8ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
9ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
10ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
11ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
12ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।