12ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
13ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
14ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
15ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
16ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।