ପ୍ରଥମ ଶାମୁୟେଲ 19

ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”

1 Samuel 19:15 (UKJV) And Saul sent the messengers again to see David, saying, Bring him up to me in the bed, that I may slay him.

13ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।

14ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”

15ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”

16ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

17ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.