ପ୍ରଥମ ଶାମୁୟେଲ 19

ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।

1 Samuel 19:18 (UKJV) So David fled, and escaped, and came to Samuel to Ramah, and told him all that Saul had done to him. And he and Samuel went and dwelt in Naioth.

16ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।

17ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”

18ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।

19ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।

20ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍‍ବକ୍ତା ଦଳକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.