1ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
2ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
3ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
4ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;