18ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
19ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି।
20ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
21ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
22ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”