21ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
22ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
23ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
24ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”