4ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
5କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
6ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
7ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
8ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।