6ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
7ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ।
8ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ।
9ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ,
10ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।