10ଯେଉଁମାନେ ସଦାପ୍ରଭୁଙ୍କ ସହିତ ବିବାଦ କରନ୍ତି, ସେମାନେ ଭଗ୍ନ ହେବେ; ସେ ସ୍ୱର୍ଗରେ ଥାଇ ସେମାନଙ୍କ ବିରୁଦ୍ଧରେ ଗର୍ଜ୍ଜନ କରିବେ; ସଦାପ୍ରଭୁ ପୃଥିବୀର ପ୍ରାନ୍ତଭାଗ ପର୍ଯ୍ୟନ୍ତ ଶାସନ କରିବେ ଓ ସେ ଆପଣା ରାଜାକୁ ବଳ ଦେବେ, ପୁଣି, ଆପଣା ଅଭିଷେକୀଙ୍କ ଶୃଙ୍ଗ ଉନ୍ନତ କରିବେ।”
11ଏଉତ୍ତାରେ ଇଲ୍କାନା ରାମାସ୍ଥିତ ଆପଣା ଗୃହକୁ ଗଲା। ପୁଣି, ବାଳକ ଏଲି ଯାଜକଙ୍କ ସମ୍ମୁଖରେ ଥାଇ ସଦାପ୍ରଭୁଙ୍କର ପରିଚର୍ଯ୍ୟା କଲା।
12ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।
13ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରୁଥିଲେ ଯେ, କୌଣସି ଲୋକ ବଳିଦାନ କଲେ, ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୂଳ ଘେନି ଆସେ;
14ଆଉ ସେ ପାତ୍ର, ବା ତସଲା, ବା ହଣ୍ଡା, ବା କହ୍ରାଇ ଭିତରେ ମାରେ; ଯେତେକ ତ୍ରିଶୂଳରେ ଆସେ, ସେସବୁ ଯାଜକ ନିଏ। ଇସ୍ରାଏଲର ଯେତେ ଲୋକ ଶୀଲୋକୁ ଆସିଲେ, ସେଠାରେ ସେମାନେ ସେସମସ୍ତଙ୍କ ପ୍ରତି ଏହିପରି କରୁଥିଲେ।