15ଆହୁରି ମେଦ ଦଗ୍ଧ କରିବା ପୂର୍ବରୁ ଯାଜକର ଦାସ ବଳିଦାନକାରୀ ଲୋକ ନିକଟକୁ ଆସି କହେ, “ଯାଜକ ପାଇଁ ମାଂସ ଦିଅ; କାରଣ ସେ ତୁମ୍ଭଠାରୁ ସିଦ୍ଧ ମାଂସ ନେବେ ନାହିଁ, କଞ୍ଚା ନେବେ।”
16ଏଥିରେ ଯେବେ ସେ ଲୋକ ତାହାକୁ କହେ, “ମେଦ ଏହିକ୍ଷଣି ଦଗ୍ଧ ହେବ, ତହିଁ ଉତ୍ତାରେ ତୁମ୍ଭ ପ୍ରାଣ ଯେତେ ଚାହେଁ ସେତେ ନିଅ;” ତେବେ ସେ ଉତ୍ତର କରେ, “ନାହିଁ, ମାତ୍ର ଏହିକ୍ଷଣି ତାହା ମୋତେ ଦେବାକୁ ହେବ; ତୁମ୍ଭେ ନ ଦେଲେ ତାହା ବଳରେ ନେବି।”
17ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
18ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।
19ଆହୁରି ତାଙ୍କର ମାତା ପ୍ରତି ବର୍ଷ ଆପଣା ସ୍ୱାମୀ ସଙ୍ଗେ ବାର୍ଷିକ ବଳି ଉତ୍ସର୍ଗ କରିବାକୁ ଆସିବା ବେଳେ ତାଙ୍କ ପାଇଁ ଗୋଟିଏ ସାନ ଚୋଗା ବନାଇ ତାଙ୍କ କତିକି ଆଣିଥାଏ।