1ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।
2ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।
3ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
4ବୀରମାନଙ୍କର ଧନୁ ଭଙ୍ଗା ଯାଇଅଛି ଓ ଝୁଣ୍ଟି ପଡ଼ିବା ଲୋକମାନଙ୍କର କଟି ବଳରେ ବନ୍ଧାଯାଇଅଛି।