ପ୍ରଥମ ଶାମୁୟେଲ 2

ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।

1 Samuel 2:22 (UKJV) Now Eli was very old, and heard all that his sons did unto all Israel; and how they lay with the women that assembled at the door of the tabernacle of the congregation.

20ପୁଣି, ଏଲି ଇଲ୍‍କାନାକୁ ଓ ତାହାର ଭାର୍ଯ୍ୟାକୁ ଆଶୀର୍ବାଦ କରି କହିଲେ, “ସଦାପ୍ରଭୁଙ୍କ ନିକଟରେ ଯାହା ନିବେଦିତ ହୋଇଅଛି, ସେହି ନିବେଦନ ସକାଶୁ ସଦାପ୍ରଭୁ ଏହି ସ୍ତ୍ରୀଠାରୁ ତୁମ୍ଭକୁ ସନ୍ତାନ ଦେଉନ୍ତୁ।”

21ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।

22ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।

23ତହୁଁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏପରି କଥା କରୁଅଛ? କାରଣ ମୁଁ ଏହି ସମସ୍ତ ଲୋକଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ନାନା ମନ୍ଦ କଥା ଶୁଣୁଅଛି।

24ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଙ୍ଘନ କରାଉଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.