25ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
26ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।
27ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ
28ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?
29ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’